୧୯୯୯ ମହାବାତ୍ୟାକୁ ଆଜି ୧୮ ବର୍ଷ ପୁରିଗଲା । ସେଦିନର ସମ୍ପୂର୍ଣ୍ଣ ଘଟଣାକ୍ରମ ମୋତେ ମନେନଥିଲେ ବି କିଛି କିଛି ମନେ ଅଛି ।
ସଦ୍ୟ ଦୁର୍ଗାପୂଜା ଶେଷ ହୋଇଥାଏ । ଆମ ଘରେ ମାଆ, ବାପା, ମୁଁ, ଆମ ଝିଅ କଥା କହିବା ବି ଶିଖିନଥିଲା । ମୋର ଜଣେ ମାଉସୀ ଆଉ ତା' କୁନି ଝିଅ ଆମ ଘରେ ଥିଲେ । ବାତ୍ୟା ଆରମ୍ଭରେ କ'ଣ ଆଉ କେମିତି ଥିଲା ସେ ବିଷୟ ମୋତେ ଜଣାନାହିଁ । ଆମର ଘରକୁ ଲାଗି ଗୋଟେ ଲମ୍ବଦାଣ୍ଡି ଘର ଥିଲା । ସେଇଠି ଗୋଟେ ପଟେ ରୋଷେଇ ଘର ଓ ଅନ୍ୟପଟେ ଗୁହାଳ ଥିଲା । ସକାଳୁ ଉଠିଲାବେଳକୁ ସେ ଘରଟି ସମ୍ପୂର୍ଣ୍ଣ ଭାଙ୍ଗିଯାଇଥିଲା । ବାପା ରାତିରେ ଗାଈଦୁଇଟିଙ୍କୁ ବାଛୁରୀ ସହ ଆଉ ଗୋଟିଏ ଘରକୁ ଆଣିଦେଇଥିଲେ । ଏକୁଟିଆ ସେ ସବୁତକ ଜିନିଷ ରୋଷେଇ ଘରୁ ଆଣିପାରିନଥିଲେ । ଭାଗ୍ୟ ଭଲ ଥିଲା, ରୋଷେଇ ଘରେ ଥିବା ଚାଉଳବସ୍ତା ସବୁ ଆମ ଶୋଇଲା ଘରକୁ କିଛିଦିନ ଆଗରୁ ଆଣିଦେଇଥିଲେ ।
ସେତେବେଳେ ଆମ ଗାଁରେ ବିଜୁଳି ଆଲୁଅ ନଥିଲା, ତେଣୁ ବାତ୍ୟା ବିଷୟରେ ସତେ ଜ୍ଞାନ କାହାକୁ ମିଳିପାରିନଥିଲା । ଅନେକଙ୍କର ଘର ଭାଙ୍ଗିଗଲା, ସବୁଗଛ ଉପୁଡ଼ି ପଡ଼ିଥିଲା । ଆମର ଶୋଇବା ଘରକୁ ଛାଡ଼ିଦେଲେ ଆମର ଆଉ ଘର ନଥିଲା । ଅନ୍ୟଘରଟିରେ ଗାଈମାନେ । ସେଇ ଗୋଟିଏ ଘରେ ରୋଷେଇ ଠାରୁ ଆରମ୍ଭ କରି ସବୁକିଛି । ସେତେବେଳେ ଯାହାହେଉ ରେଡ଼ିଓ ଗୋଟିଏ ଥିଲା, ସେ ଥିଲା ଆମ ସଭିଙ୍କର ସାହାଭରଷା । ବାଡ଼ିରେ ଥିବା ସବୁଯାକ ଅମୃତଭଣ୍ଡା ଆଉ କଦଳୀଗଛ ଭାଙ୍ଗିଯାଇଥିଲା । ସେ ହିଁ ଥିଲା ଆମମାନଙ୍କର ଆହାର । ଆଖପାଖର ପଡ଼ୋଶୀଙ୍କର ବି ସମଦଶା । ଅନେକଙ୍କର ଘରେ ବି ପାଣିପଶିଯାଇଥିଲା । ବର୍ଷାଦିନ ହୋଇଥିବାରୁ ମାଛ ଧରିବା ପାଇଁ ଲୋକମାନେ କେନାଲଯାଏଁ ସବୁ ନାଳ କରିଥିଲେ ଆଉ ସେ ନାଳ ଦେଇ ପ୍ରାୟ ସବୁ ପାଣି ବାହାରିଗଲା । ତଥାପି ଅନେକ କିଛି କ୍ଷତି କରିଦେଇଥିଲା ।
ବାତ୍ୟା ଶେଷ ହେବା ପରେ ଅନେକ ରିଲିଫ୍ ଆସିଲା । ପିଲଥିନ୍ଠାରୁ ଆରମ୍ଭ କରି ଚୁଡ଼ାଗୁଡ଼ ଯାଏଁ ଆସିଲା । ବୋଧେ ସେତେବେଳେ ଆମେ ସବୁଠୁ ଅଧିକା ହେଲିକପ୍ଟର ଉଡ଼ିବା ଦେଖିଥିବୁ । ଦିନକୁ ୪/୫ଟି ହେଲକପ୍ଟର ଆକାଶରେ ଉଡ଼ୁଥିଲା । ମହାବାତ୍ୟା ଶେଷରେ ଆମ ଗାଁରେ ବୋଧେ ସବୁଠୁ ଅଧିକ ମାଙ୍କଡ଼ମାନେ ମରିଯାଇଥିଲେ । ସେମାନେ ରହୁଥିବା ସବୁଯାକ ବଡ଼ ଗଛ ଉପୁଡ଼ି ପଡ଼ିଥିଲା । ଦୈବାତ୍ ଉପୁଡ଼ିଥିବା ଗଛଗୁଡ଼ିକ କାହାରି ଘର ଉପରେ ପଡ଼ି କାହାରି ଜୀବନ ନେଇନଥିଲା ।
ମହାବାତ୍ୟାକୁ ଅନେକ ଦିନ ହେଇଗଲାଣି, ତଥାପି ଲୋକଙ୍କ ମନରୁ ସେ କୋକୁଆ ଭୟ ଏବେଯାଏଁ ଯାଇନି । ଆଜିବି ଅକ୍ଟୋବର ୨୯ ଆସିଲେ ଲୋକମାନେ ଆଗାମୀ ୭ଦିନ ପାଇଁ ଖାଇବା ଜିନିଷ ଆଣି ଘର ରଖିଦେଉଛନ୍ତି । ଶତାବ୍ଦୀ ଏହି ଶେଷ ପ୍ରଳୟ ବିଗତ ଶତାବ୍ଦୀ ସବୁଠାରୁ ବଡ଼ ଭୟ ହୋଇ ଜାଗିରହିଛି ଲୋକଙ୍କ ମନରେ, ପ୍ରାଣରେ ।

ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ୱାରା ୧୮ବର୍ଷ ପୂର୍ବର ସେଇ ଲୋମହର୍ଷଣକାରୀ ଦୃଶ୍ୟର ବାଲୁକାକଳା |
No comments:
Post a Comment