ମୁଖ୍ୟତଃ ଗାଁମାନଙ୍କରେ ହାଟ ବସିଥାଏ । କେଉଁଠି କେଉଁଠି ସପ୍ତାହରେ ଥରେ ତ' ପୁଣି କେଉଁଠି ସପ୍ତାହରେ ଦୁଇଥର । ଗୋଟିଏ ନିର୍ଦ୍ଧିଷ୍ଠ ଜାଗା ଥାଏ, ଯେଉଁଠି ଆଖାପଖର କିଛି ଉଠାଦୋକାନୀମାନେ ଆସି ଦୋକାନ କରନ୍ତି । କେଉଁ କେଉଁ ହାଟ ସକାଳୁ ସଞ୍ଜ ଯାଏଁ ବସେ ଆଉ କେଉଁଠି ସଞ୍ଜବେଳିଆ ହାଟ ବି ବସେ । ଆମ ଗାଁଠାରୁ ଚାରି କିଲୋମିଟର ଦୂରରେ ଗୋଟେ ହାଟ ବସେ । ସେଇଟା ସପ୍ତାହରେ ଦୁଇଦିନ, ବୁଧବାର ଆଉ ରବିବାର ବସେ । ଆମର ଏହି ହାଟଟି ଦିନ ବେଳେ ହିଁ ବସେ । ସକାଳ ୮ଟାରୁ ଅପରାହ୍ନଯାଏଁ ହାଟରେ ଭିଡ଼ ଜମିଥାଏ । ନାନା ରକମର ଜିନିଷ ସବୁ ହାଟରେ ମିଳୁଥିବାରୁ ବହୁତ ଲୋକ ଭିଡ଼ ଜମେଇଥାନ୍ତି । ହାଟରେ ବିକ୍ରି କରିବା ପାଇଁ ବାହାରୁ ପରିବାଚାଷୀମାନେ ମଧ୍ୟ ପରିବା ଧରିକି ଆସିଥାନ୍ତି ।
ମୁଁ ଆଗରୁ ବହୁତଥର ହାଟକୁ ଯାଇଥିଲି । ବାପାଙ୍କ ସହିତ ପ୍ରାୟ ସବୁବେଳେ ଯାଏ । ଆମର କିଛି ପର୍ବପର୍ବାଣୀ (ରଜ, ଦୁତିବାହାନ, ପ୍ରଥମାଷ୍ଟମୀ, ବଡ଼ଓଷା) ସମୟରେ ହାଟରେ ପ୍ରବଳ ଭିଡ଼ ଲାଗିଥାଏ । ମୋର ଯେତେବେଳେ ଯୁକ୍ତ ଦୁଇ ସରିଲା, ସେହିବର୍ଷ ରଜ ପୂର୍ବଦିନ ବୁଧବାର ପଡ଼ିଥିଲା ଆଉ ହାଟ ବି ବହୁତ ଭିଡ଼ ଥିଲା । ସେଦିନ ବାପା ନ ଥିବାରୁ ହାଟ କରିବା ଦାୟିତ୍ୱଟା ମୋ ଉପରେ ପଡ଼ିଗଲା । ଅବଶ୍ୟ ଛୋଟବେଳୁ ମୁଁ ସବୁବେଳେ ତେଜରାତି ସଉଦା ଆଣୁଥିଲି, ହେଲେ ହାଟରୁ ପରିବା କିଣବାର ଜ୍ଞାନ ନ ଥିଲା । ତଥାପି ଚିରାଚରିତ ଢଙ୍ଗରେ ତିନୋଟି ବ୍ୟାଗ୍ ନେଇକି ସାଇକେଲଟା ଧରି ବାହାରିଗଲି । ଗଲାବେଳେ ମାଆ କହିଥିଲା ହାଟରେ ଯାହା ସୁବିଧା ଥିବା ଦେଖିକି ଆଣିବୁ । ମୁଁ ପଚାରିଦେଲି କି କ'ଣ କ'ଣ ଆଣିବା ଦରକାର । ସେ ସବୁ ପରିବା ନାଁ କହିଗଲା ଆଉ ତା' ଭିତରୁ ସୁବିଧା ଦେଖିକି ଆଣିବାକୁ କହିଲା । ମୁଁ ହାଟରେ ପହଞ୍ଚିଲାବେଳକୁ ବହୁତ ଭିଡ଼ ଲାଗିଯାଇଥିଲା । ହାଟରେ ଥିବା ସାଇକେଲ ଷ୍ଟାଣ୍ଡରେ ସାଇକେଲ ରଖିଲେ ସେତେବେଳେ ପାଞ୍ଚଟଙ୍କା ପଡ଼ୁଥିଲା, ସେଥିପାଇଁ କିଛି ଦୂରରେ ଲୋକମାନେ ରଖିଥିବା ଜାଗାରେ ସାଇକେଲଟିକୁ ରଖିଦେଲି । ହାଟ ସଉଦା କରିବା ପାଇଁ ଗଲି । ମୋତେ ତ' ଦର କଷିବା ଜଣା ନଥିଲା, ତେଣୁ ଆଖିରେ ଯାହା ଯାହା ପରିବା ପଡ଼ିଲା, ତାକୁ ସବୁତକ କିଣିଦେଲି । ତିନିଟା ଯାକ ବ୍ୟାଗ୍ ଭର୍ତ୍ତି ହେଇଗଲା ପରେ ଆଉ କିଛି କିଣିହେବନି ଭାବିକି ଫେରିଲି ।
ରଜ ପାଇଁ ଆଉ କିଛି ତେଜରାତି ସଉଦା ବି କିଣିବାର ଥିଲା, ହେଲେ ବ୍ୟାଗ୍ ନ ଥିବାରୁ ଆଉ ଗୋଟିଏ ବ୍ୟାଗ୍ କିଣିଲି । ହାଟର ଅନତି ଦୂରରେ ଥିବା ତେଜରାତି ଦୋକାନରୁ ସଉଦା କରିବାଟା ଭଲ ଭାବିଲି, କାରଣ ସବୁଯାକ ବ୍ୟାଗ୍କୁ ଆଉ କୋଉଠିକି ବୋହିକି ନେବା କଷ୍ଟ । ଚାରିଟା ବ୍ୟାଗ୍, ସବୁଯାକ ପୁଣି ଭର୍ତ୍ତି ହୋଇକି ଥାଏ । ତେଣୁ ସେ ତେଜରାତି ଦୋକାନରୁ ଛୋଟ ରଶି ଆଣିକି ଦୁଇଟା ପଛପଟ କେରିଅରରେ ଝୁଲେଇଲି । ଆଉ ଦୁଇଟି ଆଗରେ ଟଙ୍ଗେଇକି ଆଣିଲି । ପ୍ରବଳ ଖରାରେ ଏତେ ଜିନିଷ ନେଇକି ଘରକୁ ଆସିଲା ବେଳକୁ କିନ୍ତୁ ମୋତେ ଦେଖିକି ସବୁ ଆଶ୍ଚର୍ଯ୍ୟ । କାରଣ ମୁଁ ସେଦିନ ରଜ ପାଇଁ ୯୭୦ଟଙ୍କାର ପରିବା କିଣିଦେଇଥିଲି ଖାଲି । ପ୍ରକୃତରେ ମୁଁ କିଣିଲାବେଳେ ଟଙ୍କା ହିସାବ ନ କରିକି କିଣିଦେଲି, ଘରେ ପହଞ୍ଚିକି ହିସାବ କରିବାରୁ ଏତେ ଚାଲିଯାଇଛି ବୋଲି ଜଣାପଡ଼ିଲା । ଏହି କଥା ପବନ ବେଗରେ ଚାରିଆଡ଼େ ଖେଳିଗଲା, ତା' ପରେ ଜୁଆଡ଼େ ଗଲେ ସେମାନେ ମୋର ଏମିତି କଟାକ୍ଷ କଲେ କହିବାକୁ ନାହିଁ ।

No comments:
Post a Comment